ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ଯାହାକୁ ନେଇ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ‘ୟୋଲ ୱାର୍ଣ୍ଣି’ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ବଜ୍ରପାତ ଆଶଙ୍କାକୁ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
