ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୭ଟି ପ୍ରସ୍ତାବ କୁ କ୍ୟାବିନେଟ ଅନୁମୋଦନ ମିଳିଛି ।
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା (MKY)ରେ ୮ଟି ବିଭିନ୍ନ ଦିଗକୁ କ୍ୟାବିନେଟରେ ଅନୁମୋଦନ କରିଛନ୍ତି । ଏହି ଯୋଜନା ୧୪୨୩.୪୭ କୋଟି ଟଙ୍କାର ବ୍ୟୟ ଅଟକଳ ସହିତ ରାଜ୍ୟରେ ୫ ବର୍ଷ ପାଇଁ କାର୍ଯ୍ୟକାରୀ କରାଯିବ । ଏହି ଯୋଜନାରେ ରାଜ୍ୟର ଦୁଗ୍ଧ ଉତ୍ପାଦନକୁ ବୃଦ୍ଧି କରିବା ସହ ୧୫,୪୭,୮୩୭ ଜଣ ଗୋପାଳକଙ୍କ ଆୟକୁ ବୃଦ୍ଧି କରିବା ପାଇଁ ଧାର୍ଯ୍ୟ କରାଯାଇଛି । ଗୋପାଳନ, ଗୋ ସୁରକ୍ଷା, ଦୁଗ୍ଧ ଉପାଦାନକୁ ଜାତୀୟ ସ୍ତରରେ ପହଁଚାଇବା, ମଇଁଷି ପାଳନ, ଗୋସମ୍ପଦ ବୀମା (85% ଦେବେ ସରକାର, 15%ଚାଷୀ), ବାଛୁରୀମାନଙ୍କୁ ଖାଦ୍ୟ ଯୋଗାଣ, ସମବାୟ ଚାଷୀଙ୍କୁ ଲୀନ ସମୟରେ ସହାୟତା, ଦୁଗ୍ଧ ଉତ୍ପାଦନ ସଂଗଠନକୁ ସହାୟତା, ଓମଫେଡକୁ ସଶକ୍ତ ପାଇଁ ସହାୟତା ଦିଆଯିବ ।
ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଗୋପାଳନ, ଦୁଗ୍ଧ ଉତ୍ପାଦନକୁ ଗୁରୁତ୍ବ । ଗୋସମ୍ପଦ ବୀମା ୮୫% ସରକାର ଦେବେ, ୧୫% ଚାଷୀ ଦେବେ । ଓମ୍ଫେଡ୍କୁ ସଶକ୍ତ ପାଇଁ ସହାୟତା, ଫଡର ଚାଷ ପାଇଁ ଇନ୍ସେନଟିଭ ବ୍ୟବସ୍ଥା । ଆଗାମୀ ୫ ବର୍ଷରେ ୧୪୨୩ କୋଟି ଟଙ୍କାର ସହାୟତା ରାଶିକୁ ମଞ୍ଜୁରୀ । ହାଇକୋର୍ଟ କର୍ମଚାରୀଙ୍କ ପାଇଁ ୫୫୦ ଷ୍ଟାଫ୍ କ୍ବାର୍ଟର୍ସ ନିର୍ମାଣ ହେବ । ୩୦ ମାସ ମଧ୍ୟରେ କ୍ବାର୍ଟର୍ସ ନିର୍ମାଣ କାମ ସାରିବାକୁ ଲକ୍ଷ୍ୟ । ବେସରକାରୀ ଡିଲରଙ୍କୁ ମିଳିବ ଆଉ ଦେଢ଼ ବର୍ଷର ଏକ୍ସଟେନସନ୍ ଆଦି ୭ ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଥିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
