ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ‘ ଦାଦା ସାହେବ ଫାଲକେ ’ ପୁରସ୍କାରରେ ସମ୍ମାନିତ ହେବେ ସୁନାମଧନ୍ୟ ହିନ୍ଦୀ ଚଳଚିତ୍ର ଅଭିନେତା ମିଥୁନ ଚକ୍ରବର୍ତ୍ତୀ ।
ଭାରତୀୟ ସିନେମାରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ । ଆସନ୍ତା ମାସ ଅକ୍ଟୋବର ୮ ତାରିଖରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ବାରା ଆୟୋଜିତ ହେବାକୁ ଯାଉଥିବା ‘ଜାତୀୟ ଚଳଚ୍ଚିତ୍ର ପୁରସ୍କାର’ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିବେ ଅଭିନେତା ମିଥୁନ ଚକ୍ରବର୍ତ୍ତୀ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ।
‘ ଦାଦା ସାହେବ ଫାଲକେ ’ ପୁରସ୍କାର ହେଉଛି ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ । ହିନ୍ଦୀ ସମେତ ବଙ୍ଗଳା, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି ମିଥୁନ । ବର୍ତ୍ତମାନ ସୁଦ୍ଧା ସେ ପ୍ରାୟ 350 ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି ।
