Explore

Search
Close this search box.

Search

April 28, 2025 4:16 am

ଦମନ’ କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମିଳିଲା ଜାତୀୟ ପୁରସ୍କାର ।

ରାଷ୍ଟ୍ରପତି ଭବନରେ ଆୟୋଜିତ ୭୦ ତମ ଜାତୀୟ ପୁରସ୍କାର ସମାରୋହରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି ‘ଦମନ’। ଏହି ପୁରସ୍କାର ରାଜ୍ୟ ପାଇଁ ଆଣିଛି ଗର୍ବ ଓ ଗୌରବ । ଏହି ଫିଲ୍ମରେ ଦିଆଯାଇଥିବା ସଚେତନତା ବାର୍ତ୍ତା ସମସ୍ତଙ୍କ ମନକୁ ଛୁଇଁପାରିଥିବା ବେଳେ ସବୁ ମହଲରେ ଏହାକୁ ପ୍ରଶଂସା କରାଯାଉଛି  ।

ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ । ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି । ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ । ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ୁଛି, ତାହା ପ୍ରତିଫଳିତ ହୋଇଛି ଏହି ଫିଲ୍ମ ରେ ।  ଏହାର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଥିଲେ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା । ପ୍ରଯୋଜନା ଦୀପେନ୍ଦ୍ର ସାମଲ ଥିବା ବେଳେ ଏଥିରେ ଓଲିଉଡର ଲୋକପ୍ରିୟ ନାୟକ ବାବୁସାନଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା । ଏହି ଓଡ଼ିଆ ଚଳଚ୍ଚିତ୍ର ଟି ଆଜି ଜାତୀୟ ସ୍ତରରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଥିବାରୁ ଚଳଚିତ୍ର ପ୍ରେମୀଙ୍କ ମହଲରେ ଖୁସିର ଲହରୀ ଖେଳିଯାଇଛି ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer