Explore

Search
Close this search box.

Search

June 21, 2025 9:54 pm

ଦେବଗଡ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆରେ ଆଜି ୬୨ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ।

ଦେବଗଡ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆରେ  ଆଜି ୬୨ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଦିବସରେ ମୂଖ୍ୟଅତିଥି ଭାବେ ଦେବଗଡ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର ଯୋଗଦେଇ ଗୃହରକ୍ଷୀଙ୍କ ପକ୍ଷରୁ ଆୟୋଜିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।

ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସଂସ୍ଥାର ସଦସ୍ୟମାନେ ଆଭ୍ୟନ୍ତରୀଣ ନିରାପତ୍ତା ଓ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉତ୍ସର୍ଗୀକୃତ ସେବା ଯୋଗାଇ ଆସୁଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତି, ଭିଡ ନିୟନ୍ତ୍ରଣ ଏବଂ ଅନ୍ୟାନ୍ୟ କାର୍ଯ୍ୟରେ ଗୃହରକ୍ଷୀ ବାହିନୀ ପ୍ରଦାନ କରି ଆସିଥିବା ସେବା ଅତ୍ୟନ୍ତ ପ୍ରଶଂସନୀୟ ବୋଲି ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ବିଶେଷକରି ଏହି ଅବସରରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ଶୁଭେଚ୍ଛା ବାର୍ତ୍ତା ପଠନ କରିଥିଲେ । କାର୍ଯ୍ୟକ୍ରମ ରେ ଦେବଗଡ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଧିରଜ୍ ଚୋପଦାର, ଡିଏସପି  ଡିଆଇବି ପବିତ୍ର କିସାନ, ଏସଡିପିଓ ସୌମ୍ୟରଞ୍ଜନ ମଲ୍ଲିକ, ଏବଂ ରିଜର୍ଭ ଇନ୍ସପେକ୍ଟର ହମେରା ସୋରେନ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ ।ଫାଷ୍ଟ ଇନ୍ କମାଣ୍ଡ କ୍ଷମାନିଧି ପାତ୍ର ପ୍ୟାରେଡ ପରିଚାଳନା କରିଥିଲେ ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer