Explore

Search
Close this search box.

Search

June 21, 2025 12:47 pm

ଦୁଇଗୁଣ ହେଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ଦୁଇଗୁଣ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।  ଆଜି ଭୁବନେଶ୍ବରରେ ଆୟୋଜିତ ୩୮ ତମ ସ୍ବାଧିନତା ସଂଗ୍ରାମୀ ଦିବସ ମହୋତ୍ସବ ରେ ଯୋଗଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏଥିସହ ୧୯୭୫ ମସିହାରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଙ୍କ ଦ୍ଵାରା ଜାରି ହୋଇଥିବା ଜରୁରୀକାଳୀନ ସ୍ଥିତିରେ ” ଆଭ୍ୟନ୍ତରୀଣ ସୁରକ୍ଷା ଅଧିନିୟମ ” (MISA) ରେ ଗିରଫ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ସଂଗ୍ରାମୀ ର ମାନ୍ୟତା ଦେବାସହ ସେମାନଙ୍କୁ ସ୍ଵାଧୀନତା ସଂଗ୍ରାମୀଙ୍କ ଭଳି ମାସିକ ୨୦ ହଜାର ଟଙ୍କା ଭତ୍ତା ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି । କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହଜାର ଟଙ୍କା ପରିବର୍ତ୍ତେ ୧୦ ହଜାର ଟଙ୍କା ବୃଦ୍ଧି କରିଛନ୍ତି ସରକାର । ଏଥିସହ ଜରୁରୀକାଳୀନ ସ୍ଥିତିରେ ଆଭ୍ୟନ୍ତରୀଣ ସୁରକ୍ଷା ଅଧିନିୟମ (MISA)ରେ ଗିରଫ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସଂଗ୍ରାମୀର ମାନ୍ୟତା ପ୍ରଦାନକରିବା ସହ ସେମାନଙ୍କୁ ମଧ୍ୟ ମାସିକ ୨୦ହଜାର ଟଙ୍କାର ଭତ୍ତା ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer