Explore

Search
Close this search box.

Search

April 28, 2025 4:47 am

ମଣିପୁରରେ ଆଜି (ଗୁରୁବାର) ଠାରୁ ଲାଗୁହେଲା ରାଷ୍ଟ୍ରପତି ଶାସନ । ରାଷ୍ଟ୍ରପତି ଭବନରୁ ପ୍ରକାଶ ପାଇଲା ବିଜ୍ଞପ୍ତି ।

ରାଜ୍ୟପାଳଙ୍କ ସୁପାରିସ କ୍ରମେ ଆଜି (ଗୁରୁବାର) ଠାରୁ ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଗତ ଫେବୃଆରୀ 9 ତାରିଖରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିଲେ । ମଣିପୁରରେ ଲାଗିରହିଥିବା ହିଂସାକୁ ନେଇ ଦୀର୍ଘ ଦିନ ଧରି ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଦାବି ହୋଇ ଆସୁଥିଲା । ଶେଷରେ ସେ ଇସ୍ତଫା ଦେଇଥିଲେ । ରାଜ୍ୟପାଳଙ୍କ ପ୍ରସ୍ତାବ ପରେ ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଥିଲା । ଆଜି ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer