Explore

Search
Close this search box.

Search

April 28, 2025 4:55 am

ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ନିଷ୍ପତ୍ତି ନେଲେ ସରକାର ।

ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଇଛନ୍ତି ମୋହନ ସରକାର । ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନେଇଛନ୍ତି ସରକାର ।

ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏତଦ୍ଵାରା ରାଜ୍ୟର ସମୁଦାୟ ସାଢେ଼ ୩ କୋଟି ଲୋକ ଉପକୃତ ହେବେ । ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପ୍ରତି ପରିବାର ପିଛା ୧୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ଏଥି ସକାଶେ ରାଜ୍ୟର ୧୪୩୮ ଟି ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସମସ୍ତେ ଯେଭଳି ଏହି ଯୋଜନାର ସୁଫଳ ପାଇପାରିବେ ସେଥିପାଇଁ ବ୍ୟାପକ ପ୍ରଚାର ଓ ପ୍ରସାର ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯିବ । ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer