Explore

Search
Close this search box.

Search

April 28, 2025 4:51 am

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଡାକ୍ତର ଦେବେନ୍ଦ୍ର ପ୍ରଧାନ । ଗଭୀର ଶୋକବ୍ୟକ୍ତ କଲେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଡାକ୍ତର ଦେବେନ୍ଦ୍ର ପ୍ରଧାନ ।  ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ସଂସ୍ଥାନ (ଏମସ୍) ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନ ହେଉଛନ୍ତି ବର୍ତ୍ତମାନର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର  ଦେବେନ୍ଦ୍ର ପ୍ରଧାନ ଗତ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଅତ୍ୟଧିକ ଅସୁସ୍ଥତା କାରଣରୁ ତାଙ୍କୁ  ଦିଲ୍ଲୀ ସ୍ଥିତ ଏମସ୍ ରେ ଭର୍ତ୍ତି କରାଯାଇଥିଲା ।ରାଜ୍ୟ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନ ୧୯୪୧ ମସିହା ଜୁଲାଇ ୧୬ ତାରିଖରେ ଢେଙ୍କାନାଳ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ସେ ବୃତ୍ତିରେ ଜଣେ ଡାକ୍ତର ଥିଲେ । ୧୯୭୩ ମସିହାରେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ସକ୍ରିୟ ରାଜନୀତିରେ ଯୋଗ ଦେଇଥିଲେ ।
ଡାକ୍ତର ଦେବେନ୍ଦ୍ର ପ୍ରଧାନ ୧୯୯୮ ମସିହାରେ ରେ ଅନୁଷ୍ଠିତ ୧୨ ତମ ସାଧାରଣ ନିର୍ବାଚନରେ ତତ୍କାଳୀନ ଦେବଗଡ଼ ଲୋକସଭା ଆସନରୁ ପ୍ରଥମ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ସେ କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ । ଏହାପରେ ୧୩ ତମ ସାଧାରଣ ନିର୍ବାଚନରେ ଦେବଗଡ଼ ଆସନରୁ ସେ ପୁଣି ଥରେ ସାଂସଦ ଭାବେ ବିଜୟୀ ହୋଇଥିଲେ ଏବଂ  ବାଜପେୟୀ ସରକାରରେ ପୁନର୍ବାର ମନ୍ତ୍ରୀ ହୋଇଥିଲେ । ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ଖବର ପରେ ଢେଙ୍କାନାଳ ଓ  ଦେବଗଡ଼ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି । ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ବାର୍ତ୍ତାରେ କହିଛନ୍ତିଯେ,  “ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ସାଂସଦ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନ ପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ । ରାଜ୍ୟର ବିକାଶ ପାଇଁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer