Explore

Search
Close this search box.

Search

April 28, 2025 11:34 am

ଦେବଗଡ ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ କୁଆପଥର ମାଡ । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ।

ଆଜି (୨୨ତାରିଖ) ଦେବଗଡ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ଓ କୁଆପଥର ମାଡ ହୋଇଛି । ଦିନ ତମାମ ପାଗ ମେଘାଚ୍ଛନ୍ନ ରହିଥିବା ବେଳେ ସକାଳେ ଓ ସଂନ୍ଧ୍ୟାରେ ଜିଲ୍ଲାର ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ମଧ୍ୟମ ଧରଣର ବର୍ଷା ଓ କୁଆପଥର ମାଡ ହୋଇଛି । ଏହି ବର୍ଷା ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି ।

ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ ଓ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ହେବ । ବର୍ଷା ସହିତ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିବା ମଧ୍ୟ ସମ୍ଭାବନା ରହିଛି । ଏସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer