Explore

Search
Close this search box.

Search

April 28, 2025 3:22 am

ଆଗାମୀ ୭ ଦିନ ପର୍ଯ୍ୟନ୍ତ ଜାରିରହିବ କାଳବୈଶାଖୀ ବର୍ଷା, ପାଣିପାଗ ବିଭାଗ ପକ୍ଷରୁ ସୂଚନା ।

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ଘଡଘଡି ଓ ପବନ । ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହି କାଳବୈଶାଖୀ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତାକାଲି (ଗୁରବାର) ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ ରହିବ କାଳବୈଶାଖୀ ବର୍ଷାର ପ୍ରଭାବ। କଳାହାଣ୍ଡି ,ବଲାଙ୍ଗୀର, ନୂଆପଡା , ବୌଦ୍ଧ କନ୍ଧମାଳ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ ଦେବଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଆଦି ୧୩ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer