Explore

Search
Close this search box.

Search

May 31, 2025 11:42 am

ଓଡ଼ିଶା ଛୁଇଁଲା ମୌସୁମି ବାୟୁ । ଚଳିତବର୍ଷ ଆଗୁଆ ଅଗ୍ରସର ହୋଇଛି ମୌସୁମି ।

ଓଡ଼ିଶା ଛୁଇଁଛି ମୌସୁମୀ   ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଦକ୍ଷିଣ ଓଡିଶାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ।

ପାଗ ଅନୁକୂଳ ଥିବାରୁ ଆଜି ଓଡ଼ିଶା ଛୁଇଁଛି ମୌସୁମି । ମେ’ ୨୪ରେ କେରଳ ଛୁଇଁଥିଲା ମୌସୁମି ବାୟୁ । ଚଳିତବର୍ଷ ଆଗୁଆ ଅଗ୍ରସର ହୋଇଛି ମୌସୁମି । ମାଲକାନଗିରି, କୋରାପୁଟ ଜିଲ୍ଲାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି । ଏହାସହିତ ନବରଙ୍ଗପୁର ଜିଲ୍ଲା, କଳାହାଣ୍ଡି ଜିଲ୍ଲା ଏବଂ ରାୟଗଡା ଜିଲ୍ଲା ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି । ସୋସିଆଲ ମିଡିଆ ‘ଏକ୍ସ’ରେ ଟ୍ବିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer