Explore

Search
Close this search box.

Search

June 21, 2025 4:46 am

ଦେବଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।

ଆସନ୍ତା କାଲି (ଜୁନ ୩ ତାରିଖ) ଦେବଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ନବନିର୍ମିତ ୩୦୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ସମେତ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।
ଆସନ୍ତା କାଲି ଜୁନ ୩ ତାରିଖ ଦିନ ଦେବଗଡ ଜିଲ୍ଲାକୁ ପ୍ରଥମ ଥର ପାଇଁ ଦିନିକିଆ ଗସ୍ତରେ ଆସି ନବନିର୍ମିତ ୩୦୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ସମେତ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଏନେଇ ଦେବଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କଵିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ, ଉପ ଜିଲ୍ଲାପାଳ ପରକ୍ଷିତ ସାହୁଙ୍କ ସମେତ ସମସ୍ତ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ଉଦଘାଟନୀ ସଭା ସ୍ଥାନୀୟ ବଦବାଗିଚା ପଡ଼ିଆରେ ଆୟୋଜିତ ହେବ ବୋଲି ବୈଠକରେ ସ୍ଥିର ହୋଇଛି ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer