ଜୁଲାଇ ୫ ତାରିଖ ଯାଏ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଲଘୁଚାପ ଜନିତ ବର୍ଷା ପାଇଁ ରାଜ୍ୟର କିଛି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲି ଜୁଲାଇ ୨ ତାରିଖ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଢେଙ୍କାନାଳ, ଅନୁଗୋଳ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକରେ ଘଣ୍ଟାପ୍ରତି ପବନର ବେଗ ୩୦-୪୦ କିମି ରହିବାର ସମ୍ଭାବନା ରହିଛି ।
ଆସନ୍ତା ୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ବଲାଙ୍ଗୀର, ନୂଆପଡ଼ା ଓ ଦେବଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ସେହିପରି ୪ ତାରିଖରେ ପ୍ରବଳ ବର୍ଷା ପାଇଁ ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦଗରଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ ତାରିଖରେ ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
