Explore

Search
Close this search box.

Search

April 17, 2026 10:24 pm

16009 ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଜି ( ଶନିବାର ) ରାଜ୍ୟର ମୋଟ ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି । ନବନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେଲା ନିଯୁକ୍ତି ପତ୍ର ବଣ୍ଟନ ସମାରୋହ । 

ଚୟନ ହୋଇଥିବା ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ୪୨୪ ଜଣ, ବାଲେଶ୍ୱର ଜିଲ୍ଲାରେ ୬୦୦ଜଣ, ବରଗଡ଼ ଜିଲ୍ଲାରେ ୪୭୯ ଜଣ, ଭଦ୍ରକ ଜିଲ୍ଲାରେ ୨୬୦ ଜଣ, ବଲାଙ୍ଗିର ଜିଲ୍ଲାରେ ୧୦୮୦ ଜଣ, ବୌଦ୍ଧ ଜିଲ୍ଲାରେ ୬୫ ଜଣ, କଟକ ଜିଲ୍ଲାରେ ୮୯୩ ଜଣ, ଦେବଗଡ଼ ଜିଲ୍ଲାରେ ୨୧ ଜଣ, ଢେଙ୍କାନାଳ ଜିଲ୍ଲାରେ ୫୮୩ ଜଣ, ଗଜପତି ଜିଲ୍ଲାରେ ୧୩ ଜଣ, ଗଞ୍ଜାମ ଜିଲ୍ଲାରେ ୧୨୬୪ ଜଣ, ଜଗତସିଂହପୁର ଜିଲ୍ଲାରେ ୮୮ ଜଣ, ଯାଜପୁର ଜିଲ୍ଲାରେ ୮୭୨ ଜଣ, ଝାରସୁଗୁଡ଼ା ଜିଲ୍ଲାରେ ୩୮ଜଣ, କଳାହାଣ୍ଡି ଜିଲ୍ଲାରେ ୮୧୧ ଜଣ, କନ୍ଧମାଳ ଜିଲ୍ଲାରେ ୧୫୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରେ ୧୦୩୮ ଜଣ, କେନ୍ଦୁଝର ଜିଲ୍ଲାରେ ୧୩୨୯ ଜଣ, ଖୋର୍ଦ୍ଧା ଜିଲ୍ଲାରେ ୭୫୩ ଜଣ, କୋରାପୁଟ ଜିଲ୍ଲାରେ ୯୨୨ ଜଣ, ମାଲକାନଗିରି ଜିଲ୍ଲାରେ ୫୫୫ ଜଣ, ମୟୂରଭଞ୍ଜ ଜିଲ୍ଲାରେ ୮୨୭ ଜଣ, ନବରଙ୍ଗପୁର ଜିଲ୍ଲାରେ ୮୬୦ ଜଣ, ନୟାଗଡ଼ ଜିଲ୍ଲାରେ ୮୩ ଜଣ, ନୂଆପଡ଼ା ଜିଲ୍ଲାରେ ୨୨୧ ଜଣ, ପୁରୀ ଜିଲ୍ଲାରେ ୭୩୩ଜଣ, ରାୟଗଡ଼ା ଜିଲ୍ଲାରେ ୫୧୧ ଜଣ, ସମ୍ବଲପୁର ଜିଲ୍ଲାରେ ୨୧୮ ଜଣ, ସୁବର୍ଣ୍ଣପୁର ଜିଲ୍ଲାରେ ୧୫୭ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୧୬୦ ଜଣ ନିଯୁକ୍ତି ପାଇଛନ୍ତି।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer