Explore

Search
Close this search box.

Search

June 21, 2025 11:54 am

ଦେବଗଡ ଜିଲ୍ଲା ଗସ୍ତରେ ଆସିଲେ ମୁଖ୍ୟମନ୍ତ୍ରୀ , ନବନିର୍ମିତ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ସମେତ ୧୫ ଟି ପ୍ରକଳ୍ପର କଲେ ଶୁଭ ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ ।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦେବଗଡ଼ ଜିଲ୍ଲା ଗସ୍ତରେ ଆସି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଦେବଗଡ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦଘାଟିତ ହୋଇଯାଇଛି ।


ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଦିନିକିଆ ଦେବଗଡ ଜିଲ୍ଲା ଗସ୍ତରେ ଆସି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି । ସୂଚନା ଯୋଗ୍ୟଯେ ଉକ୍ତ ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି ।

ଏହି ଅବସରରେ ସ୍ଥାନୀୟ ବଦବଗିଚା ପଡ଼ିଆରେ ଆୟୋଜିତ ଉଦଘାଟନୀ ସମାରୋହରେ ସଭାରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି” ବୋଲି ସେ କହିଥିଲେ । ଆହୁରି ମଧ୍ୟ ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ଦେବଗଡ଼ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ସାମିଲ୍ କରିବୁ । ଆମ ଡବଲ ଇଞ୍ଜିନ ସରକାର ଆସିବା ପରେ ଆମେ ଓଡିଶାର ୩୦ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ । ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ। ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି” ବୋଲି ସେ କହିଥିଲେ।


ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଡକ୍ଟର ମୁକେଶ ମହାଲିଙ୍ଗ ଓ ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ ।

Leave a Comment

ବିଜ୍ଞାପନ
ଲାଇଭ କ୍ରିକେଟ୍ ସ୍କୋର |
AI Tools Indexer