ଦେବଗଡ ୭/୭ – ଆଜି (ସୋମବାର) ଦେବଗଡ ଜିଲ୍ଲପାଳଙ୍କ ବିକାଶଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ମୋଟ ୧୭ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଗୁଡ଼ିକ ମଧ୍ୟରେ ୧୨ଟି ବ୍ୟକ୍ତିଗତ ଏବଂ ୫ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ପୁନର୍ବାର ବିଦ୍ୟାଳୟ ଖୋଲିବା, ଜମିବାଡ଼ି ବିବାଦ, ପାନୀୟ ଜଳସମସ୍ୟା, ମୋ ବସ ସେବା ଆଦି ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ଼ିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପ ଜିଲ୍ଲାପାଳ ପରକ୍ଷିତ ସାହୁ, ତହସିଲଦାର କର୍ଣ୍ଣ ମଲ୍ଲିକ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
